କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଅବସରରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାୟକ, ଆଇପିଏସ୍।

କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଅବସରରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଡଃ ସତ୍ୟଜିତ ନାୟକ, ଆଇପିଏସ୍।

ପୂଜାକୁ ଶାନ୍ତିପୂର୍ଣ୍ଣ ଓ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ୬୮ଟି ମେଢ଼ ଓ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍ ପରିଚାଳନା, ଜନସାଧାରଣଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।

ପୂଜା ସମୟରେ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ସମସ୍ତ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଛି।

ଏହି ଅବସରରେ ଡଃ ନାୟକ ଜନସାଧାରଣ, ପୂଜା କମିଟି ଓ ଶ୍ରଦ୍ଧାଳୁମାନଙ୍କୁ ପୋଲିସ ପ୍ରଶାସନକୁ ସହଯୋଗ କରିବା ସହ ସୁରକ୍ଷା ନିୟମାବଳୀ ପାଳନ କରି ଶାନ୍ତି, ଶୃଙ୍ଖଳା ଓ ସୌହାର୍ଦ୍ଦ୍ୟର ସହ ଗଜଲକ୍ଷ୍ମୀ ପୂଜା ପାଳନ କରିବାକୁ ଅନୁରୋଧ କରିଛନ୍ତି।